
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଆଜି ସହରର ବିଭିନ୍ନ ସ୍ଥାନରେ ବିଜୁ ଜନତା ଦଳର ୨୫ତମ ପୂର୍ତ୍ତି ଅବସରରେ ବିଜୁ ଜନତା ଦଳ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିବା ଜଣାପଡିଛି । ଏଥିରେ ବଲାଙ୍ଗିର ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳର ସମସ୍ତ ବର୍ଗର ଶତାଧିକ ସଦସ୍ୟ ସଦସ୍ୟା ଅଂଶଗ୍ରହଣ କରି ବୃକ୍ଷ ରୋପଣ କରିଥିଲେ ।