ଜି-୨୦ ଜନଭାଗିଦାରୀ ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଏନସିଇଆରଟି ପକ୍ଷରୁରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରମରେ ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି ଅଗ୍ରୱାଲ କାର୍ଯ୍ୟକ୍ରମର ନେତୃତ୍ୱ ନେବା ସହିତ କ୍ୟାମ୍ପସ ପରିସରରେ ବୃକ୍ଷରୋପଣ କରିଥିଲେ । ପ୍ରତିଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଏଥିରେ ଭାଗ ନେଇଥିଲେ ।

Leave A Reply

Your email address will not be published.