jsm

ମୁରିବାହାଲ ବ୍ଲକସ୍ତରୀୟ ବୃତ୍ତି ପରୀକ୍ଷାରେ କୃତୀ ଛାତ୍ରଛାତ୍ରୀଙ୍କ ସମ୍ବର୍ଦ୍ଧନା କାର୍ୟ୍ୟକ୍ରମ ‘ସମ୍ଭ୍ରମ’ ଅନୁଷ୍ଠିତ

csstore

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ୨୦୨୫-୨୬ ବର୍ଷ ପାଇଁ ବ୍ଲକର ବିଭିନ୍ନ ବୃତ୍ତି ପରୀକ୍ଷାରେ କୃତିତ୍ଵ ଲାଭ କରିଥିବା ଛାତ୍ରଛାତ୍ରୀଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ “ସମ୍ଭ୍ରମ” ଅନୁଷ୍ଠିତ ହୋଇଯାଇଛି । ସଭାପତି ତଥା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ସମନ୍ୱିତ ଶିଶୁ ବିକାଶ ଅଧିକାରୀ ସୁଶ୍ରୀ ପୂର୍ଣ୍ଣିମା ବୈଠାରୁ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୈଳାଶ ଚନ୍ଦ୍ର ଭୋଇ, କାନ୍ତାରାମ ଧରୁଆ, କୋଦଣ୍ଡଧର ଭୋଇ ଓ ସ୍ଥାନୀୟ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ହେମନ୍ତ ନାଗ ଯୋଗଦେଇଥିଲେ । ଚଳିତ ବର୍ଷ ବ୍ଲକର ତୃତୀୟ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତକାର୍ଯ୍ୟ ୨୮ଜଣ ଓ ଉଚ୍ଚ ବିଦ୍ୟାଳୟସ୍ତରର ଏନଆରଟିଏସ ପରୀକ୍ଷାରେ କୃତକାର୍ଯ୍ୟ ୧୦ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର, ମେଡାଲ ଓ ଶିକ୍ଷଣ କିଟ୍ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଛାତ୍ରଛାତ୍ରୀଙ୍କ ପ୍ରତିଭାର ସ୍ୱୀକୃତି ଓ ଶିକ୍ଷକମାନଙ୍କର ନିରନ୍ତର ପ୍ରଚେଷ୍ଟାକୁ ମଧ୍ୟ ସମ୍ମାନ ଜଣାଇ ସେମାନଙ୍କର ୩୨ ଜଣ ପ୍ରଧାନଶିକ୍ଷକ/ସହକାରୀ ଶିକ୍ଷକମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀମାନଙ୍କର ମନୋବଳ ଆହୁରି ଦ୍ଵିଗୁଣିତ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଏହି ଅଭିନବ ପ୍ରୟାସକୁ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମ ଆୟୋଜନରେ ବ୍ଲକର ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କର୍ମଚାରୀ ଓ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁ ମୋହନ ପଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ମୁରିବାହାଲ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହୃଷିକେଶ ଶିକା ଧନ୍ୟବାଦ ଦେଇଥିଲେ ।

yuvodaya
Leave A Reply

Your email address will not be published.