om academy

ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ନଦୀରେ ବୁଡ଼ିଗଲେ ୨ ଯୁବକ : ୧ ମୃତ, ୧ ଗୁରୁତର

jsm

ଯାଜପୁର : ଯାଜପୁର ଜିଲ୍ଲା ବରୀ ବ୍ଲକ ତିନିମୁହାଣୀ ବ୍ରାହ୍ମଣୀ ନଦୀରେ ଗତକାଲି ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ୨ ଜଣ ଯୁବକ ବୁଡ଼ିଯାଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ସୂଚନା ଅନୁସାରେ, ମୃତ ଯୁବକ ଜଣକ ହେଲେ ରଜତ କୁମାର ସାହୁ । ଉଭୟଙ୍କ ଘର ବରୀ ଦରଘା ଗ୍ରାମରେ । ଗ୍ରାମର ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଯୁବକ ମା’ ସରସ୍ୱତୀଙ୍କ ମୂର୍ତ୍ତି ବିସର୍ଜନ ପାଇଁ ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଯାଇଥିଲେ । ବିସର୍ଜନ ବେଳେ ଅସାବଧାନତା ଯୋଗୁଁ ୨ ଜଣ ଯୁବକ ପାଣିରେ ବୁଡ଼ି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟ ଯୁବକମାନେ ଉଭୟଙ୍କୁ ଉଦ୍ଧାର କରି ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡ଼ାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.