jayashree

ଜିଲ୍ଲାପାଳଙ୍କ ସହିତ ପ୍ରଭାବିତ ଅଞ୍ଚଳ ବୁଲିଲେ ବିଧାୟକ ଦୁର୍ଗାଚରଣ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଇସ୍ପାତ ସହରାଞ୍ଚଳରେ ଗତ କିଛିଦିନ ହେବ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁଁ ଉପୁଜିଥିବା ସମସ୍ୟାର ସମୀକ୍ଷା ଏବଂ ଏହାର ସମାଧାନ ପାଇଁ ଆଜି ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ସୁନ୍ଦରଗଡ ଜିଲ୍ଲାପାଳ ଡଃ. ଶୁଭଙ୍କର ମହାପାତ୍ରଙ୍କ ସହିତ ସେକ୍ଟର-୬ ମହିମା ଆଶ୍ରୟ ବସ୍ତି, ସେକ୍ଟର-୭ ଅଭିରାମପାଲି ବସ୍ତି ଅଞ୍ଚଳ ସମେତ ବର୍ଷାରେ ପ୍ରଭାବିତ ଅଞ୍ଚଳ ବୁଲିଥିଲେ । ପରିଦର୍ଶନ ସମୟରେ ବର୍ଷାରେ ଭାଙ୍ଗିଥିବା ଘର ଗୁଡିକୁ ମରାମତି କରିବା ସହିତ କ୍ଷତିଗ୍ରସ୍ତ ପରିବାରକୁ ସମସ୍ତ ପ୍ରକାରର ସହଯୋଗ କରିବା ପାଇଁ ଉଭୟେ ପ୍ରତିଶୃତି ଦେଇଥିଲେ । ଜିଲ୍ଲାପାଳ ଏବଂ ବିଧାୟକଙ୍କ ପରିଦର୍ଶନ ସମୟରେ ସମ୍ପୃକ୍ତ ଅଞ୍ଚଳର ରାଜସ୍ୱ ନିରୀକ୍ଷକ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.