om academy

ସୋରୋ ବସ୍ ଦୁର୍ଘଟଣା : ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ବାଲେଶ୍ୱରର ସୋରୋଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦ ବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ବସ୍‌ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Leave A Reply

Your email address will not be published.

three × 2 =