ବରକେରାରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ, ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନଙ୍କ ଆୟୋଜନରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ ହୋଇଯାଇଛି । ଏଥିପାଇଁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ତଥା ପରିବେଶ କର୍ମୀ ମିଟୁ କିଶୋର ପ୍ରଧାନ, ବିରଞ୍ଚି ନାରାୟଣ ବରାଳ, ସୁଧୀର କୁମାର ଜେନା, ପୁରୁଷୋତ୍ତମ ନାୟକ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପବିତ୍ର ମୋହନ ପରିଡା କମିଟିର ସଦସ୍ୟ ସଦସ୍ୟା ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ୨୦୧୦ ମସିହାରୁ ପାଳନ କରାଯାଉଛି । ଜଙ୍ଗଲ ନଷ୍ଟ ଓ ବ୍ୟାଘ୍ର ଶିକାର ଯୋଗୁଁ ବାଘ ସଂଖ୍ୟା ଦିନକୁଦିନ କମିବାରେ ଲାଗିଛି । ତେଣୁ ବକ୍ତାମାନେ କ୍ଷୋଭ ପ୍ରକାଶ କରିବା ସହିତ ଯେପରି ଅଧିକ ଜଙ୍ଗଲ ସୃଷ୍ଟି ହୋଇପାରିବ ଏବଂ ବାଘ ଶିକାର ବନ୍ଦ କରାଯାଇପାରିବ ସେଥିପାଇଁ ଜନ ସଚେତନତା ସୃଷ୍ଟି କରିବା ପାଇଁ ଆହ୍ଵାନ ଦେଇଥିଲେ । ସର୍ବ ଶେଷରେ ସୁଧିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ସ୍ମାରକି ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କରାଯାଇଥିଲା ।

Leave A Reply

Your email address will not be published.