om academy

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର : ସ୍ୱାମୀ-ସ୍ତ୍ରୀ ଗୁରୁତର

jsm

ରାଇରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଦୁର୍ଘଟଣା ଫଳରେ ଦମ୍ପତ୍ତି ଗୁରୁତର ହୋଇଛନ୍ତି । ଗୁରୁତର ଦମ୍ପତ୍ତି ହେଲେ କିଚକେଶ୍ୱର ଗିରି ଓ ତାଙ୍କ ସ୍ତ୍ରୀ ଲଷ୍ମୀପ୍ରିୟା ଗିରି । ସୂଚନାଯୋଗ୍ୟ ଯେ, ସ୍ୱାମୀ-ସ୍ତ୍ରୀ ଦୁଇଜଣ ବାରିପଦାରୁ ହାଟବାଦଳା ସ୍ଥିତ ନିଜ ଘରକୁ ଫେରୁଥିବା ବେଳେ ବିଶୋଇ ଥାନାର ଜାମିରଡ଼ିହା ଆଦର୍ଶ ବିଦ୍ୟାଳୟ ନିକଟରେ ଭାରସାମ୍ୟ ହରାଇ କାରଟି ଗଛରେ ପିଟି ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ଥିବା କିଛି ଲୋକ ସେମାନଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାକୁ ପଠାଇଥିଲେ । ଗୁରୁତର ଦମ୍ପତ୍ତି ରାଇରଙ୍ଗପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ପୋଲିସ ତାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.