ଆଉ ୧୦ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍ଏସ୍) : ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଆଉ ୧୦ ଜଣଙ୍କ କରୋନା ସଂକ୍ରମଣରେ ମୃତୁ୍ୟ ଘଟିଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାରେ ଆଜି ଗଂଜାମ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଗଜପତିରୁ ୨ ଜଣ ଏବଂ ଖୋର୍ଦ୍ଧା ଓ କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.