ଚାଲିଗଲେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ

ପିପିଲି, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଛି । ୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଅଜିତ୍‌ଙ୍କ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା । ତାଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଛି । ତେବେ ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ପଡ଼ିବାର ଥିଲା । ଏଥିପାଇଁ ପ୍ରଚାର ଜୋରସୋର ଚାଲିଥିଲା । ଆସନ୍ତାକାଲି ପ୍ରଚାରର ଶେଷ ଦିନ ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ପ୍ରଚାର ଜୋରସୋର ଚଳାଇଥିଲେ । ହେଲେ ହଠାତ ଅଜିତଙ୍କ ପରଲୋକ ଖବର ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି । ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନ ବନ୍ଦ ହୋଇପାରେ ବୋଲି ନେଇ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.