oom

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ

jsmm
  • ଟିଟିଲାଗଡ ଚମ୍ପିୟାନ ଓ ଜରାସିଂହା ଉପ ବିଜେତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଆହ୍ୱାନ କ୍ରମେ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ, ବଲାଙ୍ଗିର ଜିଲ୍ଲା ପ୍ରଶାସନ, ଓଡିଶା ଫୁଟବଲ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିରଙ୍କ ଆୟୋଜନରେ ଫୁଟବଲ ଚମ୍ପିୟାନସିପ୍‌ ଅନୁଷ୍ଠିତ ହୋଇଥିଲା । ଟିଟିଲାଗଡ ଏଫ୍‌ସି ବନାମ ଜରାସିଂହା ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ଫାଇନାଲ ଖେଳ ୧-୧ ଗୋଲରେ ଡ୍ର ହୋଇଥିଲା । ଟ୍ରାଇବ୍ରେକର ୩-୧ ଗୋଲରେ ଟିଟିଲାଗଡ ବିଜୟୀ ହୋଇ ଚମ୍ପିୟାନ ହୋଇଥିଲା । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ବିଜେତା ଏବଂ ଉପବିଜେତା ଦଳକୁ ଟ୍ରଫି ପ୍ରଦାନ କରାଯାଇଥିଲା । ଓଡିଶା ରାଜ୍ୟ ଫୁଟବଲ ସଂଘ ସଭାପତି ତଥା ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତା କରିଥିଲେ । କ୍ରୀଡା ସଂସଦର ସାଧାରଣ ସଂପାଦକ ତଥା ଆୟୋଜନ କମିଟିର ଆବାହକ ହରିନାରାୟଣ ପୁଜାରୀଙ୍କ ତତ୍ୱାବଧାନରେ ଖେଳ ଅନୁଷ୍ଠିତ ହୋଇଥିଲା । କ୍ରୀଡା ସଂସଦର ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ର ଓ ଡ. ପ୍ରହଲ୍ଲାଦ ଶତପଥି, ଯୁଗ୍ମ ସଂପାଦକ ଶତୃଘନ ସିଂ, ଡେପୁଟି କଲେକ୍ଟର ରାଜେନ୍ଦ୍ର ପ୍ରସାଦ ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ଡିପିଇଓ ପ୍ରଦୀପ କୁମାର ପାତ୍ର ଓ ପୂର୍ବତନ ଖେଳାଳି ସଦାନନ୍ଦ ନାଏକ ଅତିଥି ଭାବେ ଯୋଗ ଦେଇଥିଲେ । ସଂସଦର ବରିଷ୍ଠ ସଦସ୍ୟ ରମାକାନ୍ତ ସେଠ, ସୁଧିର ଚନ୍ଦ୍ର ପଣ୍ଡା, ଜୟରାମ ମିଶ୍ର, ଡା. ସିଦ୍ଧେଶ୍ଵର ମିଶ୍ର, କ୍ରିକେଟ ସଂପାଦକ ଓମ୍‌ ପ୍ରକାଶ ଚାନ୍ଦ, କ୍ରୀଡା ସଂପାଦକ ବିଭୁତି ଭୂଷଣ ପଣ୍ଡା, ଭଲିବଲ ସଂପାଦକ ସଂଗ୍ରାମ କେଶରୀ ବହିଦାର, ସଦସ୍ୟ ଭୁପେନ୍ଦ୍ର ପ୍ରସାଦ ସିଂ, କୈଳାସ କର୍ତ୍ତି, ଶ୍ରୀକାନ୍ତ ରାଉତ, ପ୍ରଦୀପ ମହାରଣା ପ୍ରମୁଖ ମଂଚାସୀନ ଥିଲେ । ସଂସଦର କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଫୁଟବଲ ସଂପାଦକ ଶରତ କୁମାର ନନ୍ଦ ମ୍ୟାଚ୍‌ କମିଶନର ଦାୟିତ୍ୱ ତୁଳାଇଥିଲେ । ଖେଳରେ ସଂଜୀବ ମହାରଣା, ସୁଦର୍ଶନ ସେଠ, ଦୋଳଗୋବିନ୍ଦ ମୁଣ୍ଡା, ରାଜେନ୍ଦ୍ର ଧରୁଆ, ଜ୍ୟୋତି ମହାନନ୍ଦ ଓ ନରସିଂସ୍ୱାମୀ ନାଇଡୁ ରେଫରି ଭାବେ ଖେଳକୁ ପରିଚାଳନା କରିଥିଲେ । ପରିଶେଷରେ ଶରତ କୁମାର ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.