ଚଟୁଅନକା ଗାଁରେ ଚାଞ୍ଚଲ୍ୟ : ସ୍ତ୍ରୀଙ୍କୁ ହାଣି ହତ୍ୟା କଲା ସ୍ୱାମୀ

csstore

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଚଟୁଅନକା ଗ୍ରାମର ମାଝୀପଡାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଅଭିଯୋଗ ଅନୁସାରେ, ସ୍ୱାମୀ ଦେବଚନ୍ଦ ମାଝୀ ନିଜ ସ୍ତ୍ରୀ କିଆଫୁଲ ମାଝୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ଜଣାପଡ଼ିଛି । ଘଟଣା ସମ୍ପର୍କରେ ଖବର ପାଇ କଣ୍ଟାବାଞ୍ଜି ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ସ୍ୱାମୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । ହତ୍ୟାର ପ୍ରକୃତ କାରଣ ସମ୍ପର୍କରେ ପୋଲିସ ତଦନ୍ତ ଜାରି ରଖିଥିବାବେଳେ, ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

Leave A Reply

Your email address will not be published.