
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ୨୦୨୧-୨୨ ବର୍ଷ ପାଇଁ ଖରିଫ ଧାନ ସଂଗ୍ରହ ୦୧-୧୧-୨୦୨୧ରୁ ୩୧-୦୩-୨୦୨୨ ମଧ୍ୟରେ ପରିଚାଳିତ ହେବ। ଏଥିପାଇଁ ଚାଷୀମାନେ ସେମାନଙ୍କ ନିକଟସ୍ଥ ଅନୁମୋଦିତ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଅଥବା ପାଣି ପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରିବା ଆବଶ୍ୟକ । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।