jayashree

ଲାଲଟିକ୍ରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ପାଖକୁ ପହଂଚିଲେ ପୌର ଅଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍କୁଲ ପରିସରରେ ବାଡ଼ା ନାହିଁ, ସ୍କୁଲରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି, ଛାତ୍ରଛାତ୍ରୀମାନଙ୍କ ପାଇଁ ଶ୍ରେଣୀ ଗୃହ ନାହିିଁ । ଏଭଳି ଅବସ୍ଥାରେ ଲାଲ୍‌ଟିକ୍ରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଥିବା ବେଳେ ଆଜି ପୂର୍ବାହ୍ନରେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଧାରଣାରେ ବସି ସ୍କୁଲରେ ତାଲା ପକାଇ ଦେଇଥିବା ଦେଖିବାକୁ ମିଳିଥିଲା । ତେବେ ଲାଲ୍‌ଟିକ୍ରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପହଂଚି ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଏବଂ ବିଜେଡ଼ି ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଆନ୍ଦୋଳନରତ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସହ ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କ ସହ ଆଲୋଚନା କରି ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ପ୍ରତିଶ୍ରୁତି ଦେବା ପରେ ଧାରଣା ବନ୍ଦ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.