ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଶ୍ରୀ ପୁରୁଷୋତ୍ତମପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ୬୧ ଜଣ ଛାତ୍ରଛାତ୍ରୀମାନଙ୍କୁ ନୂତନ ପୋଷାକ ଓ ଜୋତା ମୋଜା ବଣ୍ଟନ କରାଯାଇଛି । ରାଜ୍ୟ ସରକାରଙ୍କ କୋଭିଡ-୧୯ ଆଇନ ଅନୁଯାୟୀ ବିଦ୍ୟାଳୟକୁ ଛାତ୍ରଛାତ୍ରୀ ଆସିବାକୁ ବାରଣ କରାଯାଇଥିବା ବେଳେ ସେମାନଙ୍କ ଅଭିଭାବକମାନଙ୍କୁ ପ୍ରଦାନ କରାଯାଇଥିଲା । ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କେଦାର ମହାପାତ୍ର ଅଧ୍ୟକ୍ଷତା କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଳନ୍ଧର ବେହେରା ରାଜ୍ୟ ସରକାରଙ୍କର ଏହି ଯୋଜନା ସମ୍ପର୍କରେ ମତ ରଖିଥଲେ । ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ଯୋଜନାରେ ସାମିଲ ହୋଇ ପାରିଛନ୍ତି ବୋଲି ଶିକ୍ଷୟତ୍ରୀ ବିନୋଦିନୀ ମହାପାତ୍ର କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ରତ୍ନାକର ଚମ୍ପତି, ସନ୍ତୋଷ କୁଣ୍ଡୁ, ବସନ୍ତ ପ୍ରଧାନ, ସତ୍ୟବ୍ରତ ମିଶ୍ର ଓ ଶିକ୍ଷୟତ୍ରୀ ସ୍ନେହଲତା ସାହୁଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ଓ ଅଭିଭାବକମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.