ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

  • ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ଅପ୍ରେଲ ୨୧ରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା । ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ । ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁଁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି । ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.