jayashree

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ସଇଁତଲା, (ପ୍ରମୋଦ ସେଲମା) : ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗି ଜିଲ୍ଲାର ସଇଁତଲା ବ୍ଲକରେ ଡେଙ୍ଗ ଗ୍ରାମର ବିଦ୍ୟାଳୟ ପରିସରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ଅବସରରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ନେଇ ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଡେଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ର, ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠି, ଶିକ୍ଷୟିତ୍ରୀ ରଣୁକା ସାହୁ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ତାଲିକାଦାତା ଭାବରେ ପ୍ରାଥମିକ ଚିକିତ୍ସା ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ ଯୋଗଦେଇ ପ୍ରାଥମିକ ଚିକିତ୍ସା ବିଷୟରେ ତାଲିମ ପ୍ରଦାନ କରି ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟ୍ରେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍, ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ, ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିଟାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ । ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ୍‌, କ’ଣ ନକରିବା ତାହା ବୁଝାଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ସମସ୍ତଙ୍କୁ ଫଳ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ଚନ୍ଦ୍ର ଶେଖର ସେଠ ପରିଚାଳନା କରିଥିବା ବେଳେ ସଭ୍ୟ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.