ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪ ଜଣ ଆଞ୍ଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବଲାଙ୍ଗିରରୁ ୧, କଟକରୁ ୧, ଯାଜପୁରରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୪, ଷ୍ଟେଟପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.