pakka

ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ତେବେ ପୁଇଁନ୍ତଲା ବ୍ଲକ ଦୁର୍ଗାପାଲି ଗ୍ରାମ ପଞ୍ଚାୟତରେ ଜଣେ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ୧୬ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସୂଚନାଯୋଗ୍ୟ ଯେ, ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ସମୁଦାୟ ୮୮୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୭୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.

five × 1 =