ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ଉଦ୍ଧାର କରାଯାଇଥିଲା । ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.