
ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ କଚେରୀ ପଡିଆରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ଜିଲ୍ଲା ମୋହତ୍ସବ ଓ ପଲିଶ୍ରୀ ମେଳା, ବାଣିଜ୍ୟ ମେଳା କାର୍ଯ୍ୟକ୍ରମର ତୃତୀୟ ଦିବସରେ ଆଜି ସକାଳୁ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କୁ ନେଇ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଚିତ୍ରାଙ୍କନ ପ୍ରତିଯୋଗିତାରେ ବୌଦ୍ଧ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓକିଲ ସଙ୍ଘର ସଭାପତି ତାରିଣୀ ମହାପାତ୍ର ଜିଲ୍ଲା ସାମ୍ବାଦିକ ସଙ୍ଘର ସଭାପତି ଶଶାଙ୍କ ଶେଖର ମିଶ୍ର ପ୍ରମୁଖ ଉପସ୍ଥିତ ଥିବା ଦେଖିବାକୁ ମିଳିଛି ।