oom

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

jsmm

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ । ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡାଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି । ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି ।

jittmm
Leave A Reply

Your email address will not be published.