କୋଭିଡ୍ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୫ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି । ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

five + twelve =