om academy

ମୁଖ୍ୟମନ୍ତ୍ରୀ ଓ ଓଏସ୍‌ଏସ୍‌ସି ଅଧ୍ୟକ୍ଷଙ୍କ କୁଶ ପୁତ୍ତଳିକା ଦାହ କଲା ଛାତ୍ର କଂଗ୍ରେସ

jsm

ବରଗଡ, (ନିରୋଜ କୁମାର ପାଣୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଷ୍ଟାଫ ସିଲେକ୍ସନ କମିଶନ ଅଧ୍ୟକ୍ଷଙ୍କ କୁଶ ପୁତ୍ତଳିକା ଦାହ କଲା ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ । ଓଡିଶା ଷ୍ଟାଫ ସିଲେକ୍ସନ କମିଶନରେ ହୋଇଥିବା ମହାଦୁର୍ନୀତିରେ ସାମିଲ ଥିବା ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ପଦରୁ ବହିଷ୍କାର କରିବା ସହ ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବୀ କରିଛି ଛାତ୍ର କଂଗ୍ରେସ । ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଗୌରବ ପତି ଆଜାଦଙ୍କ ନେତୃତ୍ୱରେ ଛାତ୍ର କଂଗ୍ରେସର କର୍ମକର୍ତା ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଗାନ୍ଧିଛକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଷ୍ଟାଫ ସିଲେକ୍ସନ କମିଶନ ଅଧ୍ୟକ୍ଷଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଭବିଷ୍ୟତରେ ଛାତ୍ରଛାତ୍ରୀଙ୍କ ପ୍ରତି ଏଭଳି ଅନ୍ୟାୟ ନହେବ ସେନେଇ ରାଜ୍ୟପାଳଙ୍କ ଉଦ୍ଦେଶରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.

nineteen − eight =