ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମଜିଲ୍ଲାରେ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଟ୍ୟାଙ୍କ ଆଗରେ ପ୍ରତିବାଦର ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲାର କେତେକ ସ୍ଥାନରେ ତୈଳ ଓ ପ୍ରାକୃତିକ ବାଷ୍ପ ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । କେନ୍ଦ୍ରର ମୋଦୀ ସରକାର ଓ ଧର୍ମେନ୍ଦ୍ରଙ୍କ ବିରୁଦ୍ଧରେ କଟୁ ସମାଲୋଚନା କରିଛନ୍ତି, ବିରୋଧୀ କଂଗ୍ରେସ । ସେହିପରି ଜିଲ୍ଲା ସଦର ମହକୁମା ଛତ୍ରପୁରଠାରେ ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ ସହ ବିକ୍ଷୋଭ କରିଛନ୍ତି । ଦର କମ ନ ହେଲେ ଆଗାମୀ ଦିନରେ ରାଜ୍ୟ କଂଗ୍ରେସ ପକ୍ଷରୁ ରାଜରାସ୍ତାକୁ ଓହ୍ଲାଇ ଜନ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

Leave A Reply

Your email address will not be published.