ରାଜ୍ୟରେ ଆଜି ୧୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୧୩ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୪, ବରଗଡ଼ରୁ ୮, ଭଦ୍ରକରୁ ୩, ବଲାଙ୍ଗିରରୁ ୬, କଟକରୁ ୯, ଗଜପତିରୁ ୩, ଗଞ୍ଜାମରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୨, ନୂଆପଡାରୁ ୧୧, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୧୭ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୧୨୮୬ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.