pr

ରାଜ୍ୟରେ ଆଜି ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୭୦ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩, ବାଲେଶ୍ୱରରୁ ୪, ବରଗଡ଼ରୁ ୨, ବଲାଙ୍ଗିରରୁ ୧, କଟକରୁ ୪, ଦେଓଗଡରୁ ୨, ଗଞ୍ଜାମରୁ ୧, ଜଗତସିଂପୁରରୁ ୧, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୪, ଖୋର୍ଦ୍ଧାରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩, ନୂଆପଡାରୁ ୧୧, ପୁରୀରୁ ୮, ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୯ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୧୨୨୪ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

nrusinghnath
Leave A Reply

Your email address will not be published.