ls

ଆଜି ରାଜ୍ୟରେ ୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୧୬ ରହିଛି । ଆଜି ୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୨, ବାଲେଶ୍ୱରରୁ ୨, ବରଗଡ଼ରୁ ୩, ବଲାଙ୍ଗିରରୁ ୫, ବୌଦ୍ଧରୁ ୨, କଟକରୁ ୪, ଦେବଗଡରୁ ୨, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୫, ନୟାଗଡରୁ ୧, ନୂଆପଡ଼ାରୁ ୩, ପୁରୀରୁ ୨, ସମ୍ବଲପୁରରୁ ୮, ସୋନପୁରରୁ ୧ ଓ ସୁନ୍ଦରଗଡରୁ ୮ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୬୬୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୦୫୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

pc pk
Leave A Reply

Your email address will not be published.