oom

ଆଜି ରାଜ୍ୟରେ ୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୭୩ ରହିଛି । ଆଜି ୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୩, ବାଲେଶ୍ୱରରୁ ୭, ବରଗଡ଼ରୁ ୪, ବଲାଙ୍ଗିରରୁ ୬, କଟକରୁ ୫, ଦେବଗଡରୁ ୨, ଗଜପତିରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ ୯, କୋରାପୁଟରୁ ୨, ମୟୁରଭଞ୍ଜରୁ ୫, ନବରଙ୍ଗପୁରରୁ ୩, ନୟାଗଡରୁ ୧, ନୂଆପଡାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୯, ସୋନପୁରରୁ ୧, ସୁନ୍ଦରଗଡରୁ ୧୦ ଓ ଷ୍ଟେଟପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୧୦୪ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୪୬୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jittmm
Leave A Reply

Your email address will not be published.