csstore

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୩୪ : ଆଜି ୭୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୩୪ ରହିଛି । ଆଜି ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୫, ବରଗଡ଼ରୁ ୩, ଭଦ୍ରକରୁ ୨, ବଲାଙ୍ଗିରରୁ ୩, ଗଜପତିରୁ ୧, ଗଞ୍ଜାମରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୬, କେନ୍ଦ୍ରପଡାରୁ୧, କେଉଁଝରରୁ ୧, ଖୋର୍ଦ୍ଧାରୁ ୮, ମୟୁରଭଂଜରୁ ୫, ପୁରୀରୁ ୪, ସମ୍ବଲପୁରରୁ ୧୨, ସୋନପୁରୁ ୪, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୩୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୬୪୭ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jayashree
Leave A Reply

Your email address will not be published.