jsm

ଆଜି ରାଜ୍ୟରେ ୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

csstore

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୭୫ ରହିଛି । ଆଜି ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୨, ବାଲେଶ୍ୱରରୁ ୫, ବରଗଡ଼ରୁ ୬, ବଲାଙ୍ଗିରରୁ ୨, କଟକରୁ ୪, ଦେବଗଡରୁ ୧, ଜଗତସିଂପୁରୁ ୧, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ୨, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୧୪, ମୟୁରଭଞ୍ଜରୁ ୬, ନବରଙ୍ଗପୁରରୁ ୪, ନୟାଗଡରୁ ୨, ପୁରୀରୁ ୬, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୧ ଓ ଷ୍ଟେଟପୁଲରୁ ୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୪୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୭୦୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

yuvodaya
Leave A Reply

Your email address will not be published.