ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ : ବଲାଙ୍ଗିର ପୌରାଂଚଳରୁ ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୨ରୁ ୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ବେଲପଡ଼ା ବ୍ଲକ ଘାଗୁର୍ଲି ଗ୍ରା.ପ.ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ୮୩ ଜଣ କରୋନା ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି ।

ସୂଚନାଯୋଗ୍ୟ ଯେ, ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୯୫୫ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୮୩୦ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.