ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଗଜପତି, ମାଲକାନଗିରି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.