ରାଜ୍ୟରେ ଆଜି ୨୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ, ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.