jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି । ଅନୁଗୋଳରେ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.