ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.