ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.