pakka

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୩୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

bbehera

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣେ ରହିଥିବା ବେଳେ କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ରହିଛନ୍ତି । ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

1 × 4 =