ବଲାଙ୍ଗିର ଜିଲ୍ଲାରୁ ଆଜି ୨୨ ଜଣ ସଂକ୍ରମିତ : ବଲାଙ୍ଗିର ପୌରାଂଚଳରୁ ୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରୁ ଆଜି ୨୨ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୫ ଜଣ ଆକ୍ରାନ୍ତ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳର ୱାର୍ଡ ନଂ.୮ରୁ ୧, ୧୨ରୁ ୩ ଏବଂ ୨୦ରୁ ଜଣେ ସଂକ୍ରମିତ ହୋଇଛନ୍ତି । ବଙ୍ଗୋମୁଣ୍ଡା ବ୍ଲକ୍‌ ବଙ୍ଗୋମୁଣ୍ଡା ଗ୍ରା.ପ.ରୁ ୧, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୫ ଓ ୧୪ରୁ ଜଣେ ଲେଖାଏଁ, ଖପ୍ରାଖୋଲ ବ୍ଲକ୍‌ ଘୁନସର ଗ୍ରା.ପ.ରୁ ୨, ମହରାପଦର ଗ୍ରା.ପ.ରୁ ଜଣେ, ପାଟଣାଗଡ଼ ବ୍ଲକ୍‌ ଗଙ୍ଗାସାଗର ଗ୍ରା.ପ.ରୁ ୨, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୬ରୁ ୩, ୯ରୁ ୧ ଓ ୧୩ରୁ ୧, ସଇଁନ୍ତଲା ବ୍ଲକ୍‌ ଗଣ୍ଡପତ୍ରାପାଲି ଗ୍ରା.ପ.ରୁ ୧, ଟିଟିଲାଗଡ଼ ବ୍ଲକ୍‌ ଭାଲେଗାଁ ଗ୍ରା.ପ.ରୁ ୧, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୯ରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାରେ ୮୦୩୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭୨୫ ଜଣ ସୁସ୍ଥ ହୋଇ ସାରିଛନ୍ତି । ଏବେ ଜିଲ୍ଲାରେ ୨୭୪ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.