ରାଜ୍ୟରେ କୋଭିଡ଼ ସଂକ୍ରମଣ ସ୍ଥିତି : ଆଜି ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮୩୮ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୮୪ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ ଅନୁଗୁଳରୁ ୯୧, ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, କଟକରୁ ୬୧୯, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଂଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯, କେଉଁଝରରୁ ୬୪, ଖୋର୍ଦ୍ଧାରୁ ୪୨୨, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୁରଭଂଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୬୯ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ ରାଜ୍ୟରେ ଆଜି ପର୍ୟ୍ୟନ୍ତ ୯୧୬୧୦୯ ଜଣ ସମୁଦାୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୮୦୯୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ୩୦ ହଜାର ୯୫୦ ଜଣ ଏବେ ଏକ୍‌ଟିଭ୍‌ ପଜିଟିଭ୍‌ ରହିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.