pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗିର ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

4 × one =