
ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୦୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୩,୩୨,୧୫୯ ଓ ମୃତ୍ୟୁସଂଖ୍ୟା ୪,୨୦,୦୧୬ରେ ପହଞ୍ଚିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୫,୦୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫, ୦୩, ୧୬୬ରେ ପହଞ୍ଚିଛି ।