ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ ଜଣ ଆକ୍ରାନ୍ତଙ୍କ ପ୍ରାଣନେଲା କରୋନା । ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୫୭୪ରେ ପହଞ୍ଚିଥିବା ଜଣାପଡିଛି । ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାପଡିଛି । ସେହିଭଳି ଯାଜପୁର ଜିଲ୍ଲାରୁ ୨ ଜଣ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.