ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଛନ୍ତି । ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.