ls

ଗତ ୨୪ ଘଂଟାରେ ରାଜ୍ୟରେ ୯୯୩ ନୂଆ ଆକ୍ରାନ୍ତ ଚିହ୍ନଟ

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୯୫୩୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୧୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗିର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୫ଜଣ, ଦେଓଗଡ଼଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୯୩ଜଣ ରହିଛନ୍ତି ।

pc pk
Leave A Reply

Your email address will not be published.