om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.