ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ ରହିଛନ୍ତି । ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ, କେନ୍ଦୁଝର, ନବରଙ୍ଗପୁର, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.