
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୫୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୨୯୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୧୯, ବୌଦ୍ଧରୁ ୬, କଟକରୁ ୮୯, ଦେବଗଡ଼ରୁ ୯, ଢେ଼ଙ୍କାନାଳରୁ ୧୪, ଗଂଜାମରୁ ୫, ଜଗତସିଂହପୁରରୁ ୨୩, ଯାଜପୁରରୁ ୨୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୮, କେଉଁଝରରୁ ୧୩, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୁରଭଂଜରୁ ୩୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୨, ସୁନ୍ଦରଗଡରୁ ୧୯ ଓ ଷ୍ଟେଟ ପୁଲ୍ରୁ ୫୭ ଚିହ୍ନଟ ହୋଇଛନ୍ତି ।