oom

ଗତ ୨୪ ଘଂଟାରେ ରାଜ୍ୟରେ ୭୬୨ ନୂଆ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୮୫୩ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୦, ବାଲେଶ୍ୱରରୁ ୧୭, ବରଗଡ଼ରୁ ୧୩, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୧୯, ଦେବଗଡ଼ରୁ ୧, ଢେ଼ଙ୍କାନାଳରୁ ୯, ଗଜପତିରୁ ୧, ଗଂଜାମରୁ ୪, ଜଗତସିଂହପୁରରୁ ୨୪, ଯାଜପୁରରୁ ୧୯, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨୧, କେଉଁଝରରୁ ୭, ଖୋର୍ଦ୍ଧାରୁ ୩୧୪, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୁରଭଂଜରୁ ୨୯, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩, ପୁରୀରୁ ୧୬, ରାୟଗଡ଼ାରୁ ୬, ସମ୍ବଲପୁରରୁ ୭, ସୋନପୁରରୁ ୩, ସୁନ୍ଦରଗଡରୁ ୨୬ ଓ ଷ୍ଟେଟ ପୁଲ୍‌ରୁ ୭୪ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.