jayashree

ଗତ ୨୪ ଘଂଟାରେ ରାଜ୍ୟରେ ୭୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୪୨ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୨୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୬, ବାଲେଶ୍ୱରରୁ ୪୧, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨, କଟକରୁ ୭୧, ଦେବଗଡ଼ରୁ ୫, ଢେ଼ଙ୍କାନାଳରୁ ୧୨, ଗଂଜାମରୁ ୪, ଜଗତସିଂହପୁରରୁ ୨୬, ଯାଜପୁରରୁ ୩୪, ଝାରସୁଗୁଡାରୁ ୯, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧୪, କେଉଁଝରରୁ ୫, ଖୋର୍ଦ୍ଧାରୁ ୩୨୭, କୋରାପୁଟରୁ ୧୧, ମାଲକାନଗିରିରୁ ୩, ମୟୁରଭଂଜରୁ ୧୯, ନବରଙ୍ଗପୁରରୁ ୩, ନୂଆପଡାରୁ ୧, ନୟାଗଡ଼ରୁ ୧୧, ପୁରୀରୁ ୨୧, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୩ ଓ ଷ୍ଟେଟ ପୁଲ୍‌ରୁ ୭୬ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.